ରାଜ୍ୟରେ କରୋନା ସଂକ୍ରମିତ ଆଉ ୫୧ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ୨ହଜାର ୪୮୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୧ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ ଜଣ ରହିଥିବା ବେଳେ ବରଗଡ, ଢେଙ୍କାନାଳ, ମୟୂରଭଞ୍ଜରୁ ୫ ଲେଖାଏଁ, କଟକ, ଯାଜପୁର, ନୟାଗଡ, ପୁରୀ, ସୁନ୍ଦରଗଡରୁ ୩ ଲେଖାଏଁ, ଭଦ୍ରକ, ଦେବଗଡ, ଗଞ୍ଜାମ, ଜଗତସିଂହପୁରରୁ ୨ ଜଣ ଲେଖାଏଁ, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ନବରଙ୍ଗପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୪ହଜାର ୨୯୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୨୭,୧୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୮,୯୪,୧୦୪ ଜଣ ସୁସ୍ଥ ହୋଇଥିବା ବେଳେ ୨୮,୭୩୦ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୪,୨୯୯ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
