ରାଜ୍ୟରେ କରୋନା ଆକ୍ରାନ୍ତ ଆଉ ୬୬ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ୨,୨୧୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସର୍ଵାଧିକ ୬୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୩ ଜଣ ରହିଥିବା ବେଳେ ଗଞ୍ଜାମ ଜିଲାରୁ ୮ଜଣ ରହିଛନ୍ତି । ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ ଜିଲାରୁ ୫ଜଣ ରହିଛନ୍ତି । ବରଗଡ଼, ନୟାଗଡ଼ ଜିଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଗଜପତି, ପୁରୀ, କେନ୍ଦ୍ରାପଡ଼ା ଜିଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ବଲାଙ୍ଗୀର, ଜଗତସିଂହପୁର, ଯାଜପୁର, କନ୍ଧମାଳ, ରାୟଗଡ଼ା ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୫ହଜାର ୫୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୫୪,୩୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୨୭,୯୭୬ ଜଣ ସୁସ୍ଥ ହୋଇଥିବା ବେଳେ ୨୧,୨୮୯ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୫,୦୫୮ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
