ରାଜ୍ୟରେ କରୋନା ଆକ୍ରାନ୍ତ ଆଉ ୬୮ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଶନିବାର ଗତ ୨୪ ଘଣ୍ଟା ମଧ୍ୟରେ ୧,୮୬୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସର୍ଵାଧିକ ୬୮ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୦ ଜଣ ରହିଥିବା ବେଳେ ପୁରୀ ଜିଲାରୁ ୧୧ଜଣ । ଅନୁଗୁଳ ଜିଲାରୁ ୮ଜଣ ରହିଥିବା ବେଳେ ମୟୁରଭଞ୍ଜ ଜିଲାରୁ ୭ଜଣ ରହିଛନ୍ତି । କେନ୍ଦୁଝର ଜିଲାରୁ ୬ଜଣ ରହିଥିବା ବେଳେ ସୁନ୍ଦରଗଡ଼, ନୂଆପଡ଼ା, ମାଲକାନାଗିରି, କନ୍ଧମାଳ, ଜଗତସିଂହପୁର, ଗଞ୍ଜାମ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୫ହଜାର ୪୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୬୫,୭୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୪୧,୨୦୪ ଜଣ ସୁସ୍ଥ ହୋଇଥିବା ବେଳେ ୧୯,୦୧୩ ଜଣ ସକ୍ରିୟ ମାମଲା ରହିଛି । ସେହିପାରି କରୋନାରେ ୫,୪୪୫ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
