ରାଜ୍ୟରେ କରୋନା ଆକ୍ରାନ୍ତ ଆଉ ୬୭ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ସୋମବାର ଗତ ୨୪ ଘଣ୍ଟା ମଧ୍ୟରେ ୧,୦୩୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସର୍ଵାଧିକ ୬୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୨ଜଣ ଥିବାବେଳେ ସୁନ୍ଦରଗଡ଼ ଜିଲାରୁ ୧୧ଜଣ, କଟକ ଜିଲାରୁ ୧୦ଜଣ, ପୁରୀ ଜିଲାରୁ ୬ଜଣ, ଢେଙ୍କାନାଳ ଜିଲାରୁ ୫ଜଣ ରହିଛନ୍ତି । ସେହିପରି ଗଞ୍ଜାମ, ଜଗତସିଂହପୁର ଜିଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଭଦ୍ରକ ଜିଲାରୁ ୩ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଜିଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଯାଜପୁର, କେନ୍ଦୁଝର ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୬ହଜାର ୩୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୭୯,୭୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୫୮,୬୦୧ ଜଣ ସୁସ୍ଥ ହୋଇଥିବା ବେଳେ ୧୫,୦୫୦ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୬,୦୩୩ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
