ରାଜ୍ୟରେ କରୋନା ଆକ୍ରାନ୍ତ ଆଉ ୬୪ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଶନିବାର ଗତ ୨୪ ଘଣ୍ଟା ମଧ୍ୟରେ ୧,୦୯୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୭ଜଣ ଥିବାବେଳେ କଟକ ଜିଲାରୁ ୧୭ଜଣ, ବାଲେଶ୍ୱର ଓ କେନ୍ଦୁଝର ଜିଲାରୁ ୪ଜଣ ଲେଖାଏଁ , ମୟୁରଭଞ୍ଜ ଜିଲାରୁ ୩ଜଣ ରହିଛନ୍ତି । ଅନୁଗୁଳ, ଭଦ୍ରକ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, କେନ୍ଦ୍ରାପଡ଼ା, ନୟାଗଡ଼, ରାୟଗଡ଼ା ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୬ହଜାର ୩୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୮୫,୮୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୬୬,୯୨୮ ଜଣ ସୁସ୍ଥ ହୋଇଥିବା ବେଳେ ୧୨,୪୮୦ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୬,୩୬୬ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
