ରାଜ୍ୟରେ କରୋନା ଆକ୍ରାନ୍ତ ଆଉ ୬୫ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ୧,୦୭୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୦ଜଣ ଥିବାବେଳେ କଟକ ଜିଲାରୁ ୧୨ଜଣ, ନୟାଗଡ଼ ଜିଲାରୁ ୬ଜଣ, ଅନୁଗୁଳ ଜିଲାରୁ ୫ଜଣ ରହିଛନ୍ତି । ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର ଜିଲାରୁ ୩ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଜିଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ରାୟଗଡ଼ା, କଳାହାଣ୍ଡି. ଯାଜପୁର, ବରଗଡ଼ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୬ହଜାର ୬୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୯୦,୦୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୭୨,୭୧୦ ଜଣ ସୁସ୍ଥ ହୋଇଥିବା ବେଳେ ୧୦,୬୮୨ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୬,୫୬୫ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
