ରାଜ୍ୟରେ କରୋନା ଆକ୍ରାନ୍ତ ଆଉ ୬୦ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଶନିବାର ଗତ ୨୪ ଘଣ୍ଟା ମଧ୍ୟରେ ୧,୧୩୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ କଟକ ଜିଲାରୁ ସର୍ବାଧିକ ୧୫ଜଣ ଥିବାବେଳେ ନୟାଗଡ଼ ଜିଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲାରୁ ୯ଜଣ ରହିଛନ୍ତି । ଅନୁଗୁଳ ଜିଲାରୁ ୫ଜଣ, ନବରଙ୍ଗପୁର ଜିଲାରୁ ୪ଜଣ ରହିଛନ୍ତି । ଯାଜପୁର, ଖୋର୍ଦ୍ଧା, ସମ୍ବଲପୁର ଜିଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ଜଗତସିଂହପୁର ଓ ପୁରୀ ଜିଲାରୁ ୨ଜଣ ଲେଖାଏଁ ରହିଛନ୍ତି । କୋରାପୁଟ, ମୟୁରଭଞ୍ଜ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୬ହଜାର ୮୨୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୯୩,୫୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୭୫,୯୯୯ ଜଣ ସୁସ୍ଥ ହୋଇଥିବା ବେଳେ ୧୦,୬୩୨ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୬,୭୫୭ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
