ରାଜ୍ୟରେ ଆଉ ୬୬ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ସୋମବାର ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ସମ୍ବଲପୁର ଜିଲାରୁ ସର୍ବାଧିକ ୧୨ଜଣ ଥିବାବେଳେ କଟକ ଜିଲାରୁ ୮ଜଣ, ଅନୁଗୁଳ ଜିଲାରୁ ୭ଜଣ । ବାଲେଶ୍ୱର ଓ ଢେଙ୍କାନାଳ ଜିଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଭଦ୍ରକ, ଜଗତସିଂହପୁର, ଖୋର୍ଦ୍ଧା ଜିଲାରୁ ୪ଜଣ ଲେଖାଁଏ ରହିଛନ୍ତି । ଗଞ୍ଜାମ, କଳାହାଣ୍ଡି, କେନ୍ଦ୍ରାପଡ଼ା ଜିଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗୀର, ଦେଓଗଡ଼, ଯାଜପୁର, ଝାରସୁଗୁଡ଼ା, ନୟାଗଡ଼ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୬ହଜାର ୯୫୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୯୫,୪୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୭୮,୨୪୦ ଜଣ ସୁସ୍ଥ ହୋଇଥିବା ବେଳେ ୧୦,୧୮୭ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୬,୮୮୭ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
