ରାଜ୍ୟରେ ଆଉ ୬୮ କରୋନା ଆକ୍ରାନ୍ତ ମୃତ
- ୭ ହଜାର ଟପିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ୭୨୦ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ କଟକ ଜିଲାରୁ ୧୪ଜଣ ସର୍ବାଧିକ ଥିବାବେଳେ ଅନୁଗୁଳ ଏବଂ ଜଗତସିଂହପୁର ଜିଲାରୁ ୮ଜଣ ଲେଖାଏଁ, ଯାଜପୁର ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଏବଂ କେନ୍ଦ୍ରାପଡ଼ା ଜିଲାରୁ ୬ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ, ଖୋର୍ଦ୍ଧା ଜିଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ପୁରୀ, ରାୟଗଡ଼ା ଜିଲାରୁ ୩ଜଣ ଲେଖାଏଁ ରହିଛନ୍ତି । କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୭ହଜାର ୦୨୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୯୬,୧୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୭୯,୪୦୭ ଜଣ ସୁସ୍ଥ ହୋଇଥିବା ବେଳେ ୯,୬୭୨ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୭,୦୨୧ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
