ରାଜ୍ୟରେ ଆଉ ୬୫ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ୯୯୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ମୃତକଙ୍କ ମଧ୍ୟରେ କଟକ ଜିଲାରୁ ୧୫ଜଣସର୍ବାଧିକ ଥିବାବେଳେ ଜଗତସିଂହପୁର ଜିଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ଜଣ, ଅନୁଗୁଳ ଓ ବାଲେଶ୍ୱର ଜିଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଭଦ୍ରକ ଜିଲାରୁ ୩ଜଣ, ମୟୁରଭଞ୍ଜ ଜିଲାରୁ ୩ଜଣ, ପୁରୀ ଜିଲାରୁ ୨ଜଣ ରହିଛନ୍ତି । ଗଞ୍ଜାମ, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ନୟାଗଡ଼ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୭ହଜାର ୦୮୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୯୭,୧୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୮୦,୪୭୧ ଜଣ ସୁସ୍ଥ ହୋଇଥିବା ବେଳେ ୯,୫୩୬ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୭,୦୮୬ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
