ରାଜ୍ୟରେ ଆଉ ୬୮ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗୁରୁବାର ଗତ ୨୪ ଘଣ୍ଟା ମଧ୍ୟରେ ୧,୦୪୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ମୃତକଙ୍କ ମଧ୍ୟରେ କଟକ ଜିଲାରୁ ସର୍ବାଧିକ ୧୮ଜଣ ଥିବାବେଳେ ଜଗତସିଂହପୁର ଜିଲାରୁ ୧୦ଜଣ, ଖୋର୍ଦ୍ଧା ଜିଲାରୁ ୭ଜଣ, ଢେଙ୍କାନାଳ ଜିଲାରୁ ୬ଜଣ ରହିଛନ୍ତି । ଭଦ୍ରକ ଓ ମୟୁରଭଞ୍ଜ ଜିଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲାରୁ ୪ଜଣ ରହିଛନ୍ତି । ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା ଜିଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ ୨ଜଣ ରହିଛନ୍ତି । ନୟାଗଡ଼, ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୭ହଜାର ୧୫୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୯୮,୧୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୮୧,୩୧୬ ଜଣ ସୁସ୍ଥ ହୋଇଥିବା ବେଳେ ୯,୬୬୪ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୭,୧୫୪ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
