ରାଜ୍ୟରେ ଆଉ ୬୯ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ୮୫୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ କଟକ ଏବଂ ଜଗତସିଂହପୁର ଜିଲାରୁ ୧୩ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ ଜିଲାରୁ ୧୧ଜଣ, ଅନୁଗୁଳ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ ଲେଖାଏଁ ରହିଥିବା ବେଳେ ଯାଜପୁର ଜିଲାରୁ ୫ଜଣ ରହିଛନ୍ତି । ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧା ଜିଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ନବରଙ୍ଗପୁର, ନୟାଗଡ଼ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୭ହଜାର ୩୫୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୧୦,୦୦,୯୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୮୪,୨୨୪ ଜଣ ସୁସ୍ଥ ହୋଇଥିବା ବେଳେ ୯,୩୦୨ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୭,୩୫୮ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
