ରାଜ୍ୟରେ ଆଉ ୬୮ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ସୋମବାର ଗତ ୨୪ ଘଣ୍ଟା ମଧ୍ୟରେ ୭୬୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ କଟକ ଜିଲାରୁ ସର୍ବାଧିକ ୧୭ଜଣ ଥିବା ବେଳେ ଜଗତସିଂହପୁର ଜିଲାରୁ ୧୫ଜଣ, ଢେଙ୍କାନାଳ ଜିଲାରୁ ୯ଜଣ, ଖୋର୍ଦ୍ଧା ଜିଲାରୁ ୮ଜଣ, ଯାଜପୁର ଜିଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲାରୁ ୪ଜଣ, ବାଲେଶ୍ୱର ଜିଲାରୁ ୩ଜଣ , ପୁରୀ ଜିଲାରୁ ୨ଜଣ ରହିଛନ୍ତି । ଭଦ୍ରକ, ଝାରସୁଗୁଡ଼ା, କେନ୍ଦୁଝର, ରାୟଗଡ଼ା ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୭ହଜାର ୪୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୧୦,୦୧,୬୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୮୫,୩୦୨ ଜଣ ସୁସ୍ଥ ହୋଇଥିବା ବେଳେ ୯,୯୧୭ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୭,୪୨୬ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
