ରାଜ୍ୟରେ ଆଉ ୬୭ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ୬୨୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ କଟକ ଜିଲାରୁ ସର୍ବାଧିକ ୨୦ଜଣ ଥିବା ବେଳେ ଜଗତସିଂହପୁର ଜିଲାରୁ ୧୪ଜଣ, ଢେଙ୍କାନାଳ ଜିଲାରୁ ୮ଜଣ, ଯାଜପୁର ଜିଲାରୁ ୬ଜଣ, ବାଲେଶ୍ୱର ଜିଲାରୁ ୫ଜଣ ରହିଛନ୍ତି । କେନ୍ଦ୍ରାପଡ଼ା ଓ ଅନୁଗୁଳ ଜିଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ମୟୁରଭଞ୍ଜ ଜିଲାରୁ ୨ଜଣ ଲେଖାଏଁ ରହିଛନ୍ତି । କେନ୍ଦୁଝର, ନବରଙ୍ଗପୁର, ପୁରୀ, ରାୟଗଡ଼ା ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୭ହଜାର ୪୯୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୧୦,୦୨,୩୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୮୬,୩୩୪ ଜଣ ସୁସ୍ଥ ହୋଇଥିବା ବେଳେ ୮,୪୪୩ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୭,୪୯୩ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
