ରାଜ୍ୟରେ ଆଉ ୬୬ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ କଟକ ଜିଲାରୁ ସର୍ବାଧିକ ୧୫ଜଣ ଥିବା ବେଳେ ସମ୍ବଲପୁର ଜିଲାରୁ ୧୧ଜଣ, ଜଗତସିଂହପୁର ଓ ବରଗଡ଼ ଜିଲାରୁ ୮ଜଣ ଲେଖାଏଁ ରହିଛନ୍ତି । ଯାଜପୁର ଜିଲାରୁ ୪ଜଣ, ବୌଦ୍ଧ ଜିଲାରୁ ୩ଜଣ ରହିଛନ୍ତି । ସୁନ୍ଦରଗଡ଼, କଳାହାଣ୍ଡି, ଝାରସୁଗୁଡ଼ା, ଢେଙ୍କାନାଳ, ଦେବଗଡ଼, ବଲାଙ୍ଗୀର ଜିଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଖୋର୍ଦ୍ଧା, ପୁରୀ, ରାୟଗଡ଼ା, ସୋନପୁର ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୭ହଜାର ୬୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୧୦,୦୪,୦୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୮୮,୦୯୦ ଜଣ ସୁସ୍ଥ ହୋଇଥିବା ବେଳେ ୮,୨୮୮ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୭,୫୬୨ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
