ରାଜ୍ୟରେ ଆଉ ୬୮ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଶନିବାର ଗତ ୨୪ ଘଣ୍ଟା ମଧ୍ୟରେ ୭୭୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ କଟକ ଜିଲାରୁ ସର୍ବାଧିକ ୨୫ଜଣ ଥିବା ବେଳେ କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲାରୁ ୭ଜଣ ଲେଖାଏଁ , ଜଗତସିଂହପୁର ଜିଲାରୁ ୬ଜଣ, ଅନୁଗୁଳ ଓ ମୟୁରଭଞ୍ଜ ଜିଲାରୁ ୫ ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ ଜିଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ନୟାଗଡ଼ ଜିଲାରୁ ୨ଜଣ ରହିଛନ୍ତି । ବୌଦ୍ଧ ଓ ପୁରୀ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୭ହଜାର ୭୬୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୧୦,୦୫,୬୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୮୯,୮୪୦ ଜଣ ସୁସ୍ଥ ହୋଇଥିବା ବେଳେ ୭,୯୯୬ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୭ହଜାର ୭୬୫ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
