ରାଜ୍ୟରେ ଆଉ ୬୭ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ସୋମବାର ଗତ ୨୪ ଘଣ୍ଟା ମଧ୍ୟରେ ୬୦୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ କଟକ ଜିଲାରୁ ସର୍ବାଧିକ ୨୦ଜଣ ଥିବା ବେଳେ ଅନୁଗୁଳ ଓ ଜଗତସିଂହପୁର ଜିଲାରୁ ୯ଜଣ ଲେଖାଏଁ, ଖୋର୍ଦ୍ଧା ଜିଲାରୁ ୬ଜଣ, ଯାଜପୁର ଜିଲାରୁ ୪ଜଣ ରହିଛନ୍ତି । କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୁରଭଞ୍ଜ ଜିଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ , ଢେଙ୍କାନାଳ, ପୁରୀ ଜିଲାରୁ ୨ଜଣ ଲେଖାଏଁ ରହିଛନ୍ତି । କଳାହାଣ୍ଡି, ସୋନପୁର ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୭ହଜାର ୯୦୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୧୦,୦୭,୧୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୯୧,୬୩୦ ଜଣ ସୁସ୍ଥ ହୋଇଥିବା ବେଳେ ୭,୫୨୮ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୭ହଜାର ୯୦୧ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
