ରାଜ୍ୟରେ ଆଉ ୧,୧୩୨ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଅଗଷ୍ଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ଶନିବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୧,୧୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୫୭ ଓ ସ୍ଥାନୀୟ ଅଞ୍ଚଳରୁ ୪୭୫ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୯୩ହଜାର ୫୦୭କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୨୫ ଜଣ ଥିବାବେଳେ ବାଲେଶ୍ୱରରୁ ୭୦ ଜଣ, ବରଗଡ଼ରୁ ୧୦ ଜଣ, ଭଦ୍ରକରୁ ୧୪ ଜଣ, ବଲାଙ୍ଗୀରରୁ ୭ ଜଣ, ବୌଦ୍ଧରୁ ୪ ଜଣ, କଟକରୁ ୧୯୭ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୧୧ ଜଣ, ଗଜପତିରୁ ୬ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୪୨ ଜଣ, ଯାଜପୁରରୁ ୨୯ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୭, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨୭ ଜଣ, କେଉଁଝରରୁ ୧୫ ଜଣ, ଖୋର୍ଦ୍ଧାରୁ ୪୧୦ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ୧୦ ଜଣ, ମୟୁରଭଞ୍ଜରୁ୪୦ ଜଣ, ନବରଙ୍ଗପୁରୁ ୧ ଜଣ, ନୟାଗଡ଼ରୁ ୩୧ ଜଣ, ପୁରୀରୁ ୨୨ ଜଣ, ରାୟଗଡ଼ାରୁ ୭ ଜଣ, ସମ୍ୱଲପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୨୩ ଓ ରାଜ୍ୟ ପୁଲରୁ ୯୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୯୩,୫୦୭ ଜଣ କରୋ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୭୫,୯୯ ଜଣ ସୁସ୍ଥ ହୋଇଥିବା ବେଳେ ୧୦,୬୩୨ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୬୯,୫୭,୩୫୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।
