ରାଜ୍ୟରେ ଆଉ ୬୨୫ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୮୦ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଅଗଷ୍ଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ମଙ୍ଗଳବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୬୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୬୬ ଓ ସ୍ଥାନୀୟ ଅଞ୍ଚଳରୁ ୨୫୯ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮୦ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୨ହଜାର ୩୨୩କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୧୮ ଜଣ ଥିବାବେଳେ ବାଲେଶ୍ୱରରୁ ୫୦ଜଣ, ବରଗଡ଼ରୁ ୬ଜଣ, ଭଦ୍ରକରୁ ୮ଜଣ, କଟକରୁ ୫୬ଜଣ, ଦେଓଗଡ଼ରୁ ୯ଜଣ, ଢେଙ୍କାନାଳରୁ ୬ଜଣ, ଗଜପତିରୁ ୨ଜଣ, ଗଞ୍ଜାମରୁ ୬ଜଣ, ଜଗତସିଂହପୁରରୁ ୩୮ଜଣ, ଯାଜପୁରରୁ ୩୪ଜଣ, ଝାରସୁଗୁଡ଼ାରୁ ୩ଜଣ, କଳାହାଣ୍ଡିରୁ ୩ଜଣ, କନ୍ଧମାଳରୁ ୨ଜଣ, କେନ୍ଦ୍ରାପଡ଼ାରୁ ୯ଜଣ, କେନ୍ଦୁଝରରୁ ୧୮ଜଣ, ଖୋର୍ଦ୍ଧାରୁ ୨୧୪ଜଣ, କୋରାପୁଟରୁ ୧୧ଜଣ, ମାଲକାନାଗିରିରୁ ଜଣେ, ମୟୁରଭଞ୍ଜରୁ ୭ଜଣ, ନୟାଗଡ଼ରୁ ୧୦ଜଣ, ନୂଆପଡ଼ାରୁ ଜଣେ, ପୁରୀରୁ ୨୯ଜଣ, ରାୟଗଡ଼ାରୁ ୧୨ଜଣ, ସମ୍ବଲପୁରରୁ ୧୮ଜଣ, ସୁନ୍ଦରଗଡ଼ରୁ ୬ଜଣ ଓ ରାଜ୍ୟ ପୁଲରୁ ୪୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୦୨,୩୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୮୬,୩୩୪ ଜଣ ସୁସ୍ଥ ହୋଇଥିବା ବେଳେ ୮,୪୪୩ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୭୫,୯୮,୦୨୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।
