ରାଜ୍ୟରେ ଆଉ ୭୭୯ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ଶନିବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୭୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୫୪ ଓ ସ୍ଥାନୀୟ ଅଞ୍ଚଳରୁ ୩୨୫ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୫ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୫ହଜାର ୬୫୪କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୨୦ ଜଣ ଥିବାବେଳେ ବାଲେଶ୍ୱରରୁ ୫୯ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୧୫ ଜଣ, ବଲାଙ୍ଗୀରରୁ ୩ ଜଣ, ବୌଦ୍ଧରୁ ୨, କଟକରୁ ୮୪ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୯ ଜଣ, ଗଜପତିରୁ ୧, ଗଞ୍ଜାମରୁ ୮ ଜଣ, ଜଗତସିଂହପୁରରୁ ୩୧ ଜଣ, ଯାଜପୁରରୁ ୩୪ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୨୧ ଜଣ, କେଉଁଝରରୁ ୧୫ ଜଣ, ଖୋର୍ଦ୍ଧାରୁ ୨୫୯ ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ୬ ଜଣ, ମୟୁରଭଞ୍ଜରୁ ୨୭ ଜଣ, ନୟାଗଡ଼ରୁ ୧୮ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୩୯ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୧୩ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୨୦ ଜଣ ଓ ରାଜ୍ୟ ପୁଲରୁ ୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୦୫,୬୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୮୯,୮୪୦ ଜଣ ସୁସ୍ଥ ହୋଇଥିବା ବେଳେ ୭,୯୯୬ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୭୮,୭୮,୬୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।
