ରାଜ୍ୟରେ ଆଉ ୮୪୯ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ରବିବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୯୧ ଓ ସ୍ଥାନୀୟ ଅଞ୍ଚଳରୁ ୩୫୮ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୧୯ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୬ହଜାର ୫୦୩କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୨୨ ଜଣ ଥିବାବେଳେ ବାଲେଶ୍ୱରରୁ ୩୧ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୧୦ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧ ଜିଲ୍ଲାରୁ ୫, କଟକରୁ ୯୮ ଜଣ, ଦେବଗଡ଼ରୁ ୧୧ ଜଣ, ଢେଙ୍କାନାଳରୁ ୨୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୧ ଜଣ, ଯାଜପୁରରୁ ୩୨ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୨୭ ଜଣ, କେଉଁଝରରୁ ୧୬ ଜଣ, ଖୋର୍ଦ୍ଧାରୁ ୩୬୧ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୨୦ ଜଣ, ନୟାଗଡ଼ରୁ ୧୪ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୨୮ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୫ ଜଣ, ସୁନ୍ଦରଗଡ଼ରୁ ୧୬ ଜଣ ଓ ରାଜ୍ୟ ପୁଲରୁ ୭୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୦୬,୫୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୯୦,୭୯୬ ଜଣ ସୁସ୍ଥ ହୋଇଥିବା ବେଳେ ୭,୮୨୦ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୭୯,୪୭,୩୬୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।
