ରାଜ୍ୟରେ ଆଉ ୭୧୯ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ବୁଧବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୭୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୨୨ ଓ ସ୍ଥାନୀୟ ଅଞ୍ଚଳରୁ ୨୯୭ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୨୫ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୮ହଜାର ୪୬୯କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୧୮ ଜଣ ଥିବାବେଳେ ବାଲେଶ୍ୱରରୁ ୪୩ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ୧୯ ଜଣ, ବଲାଙ୍ଗୀରରୁ ୩ଜଣ, ବୌଦ୍ଧରୁ ୬ଜଣ, କଟକରୁ ୮୯ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୧୪ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୨୩ଜଣ, ଯାଜପୁରରୁ ୨୭ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨୮ ଜଣ, କେନ୍ଦୁଝରରୁ ୧୩ ଜଣ, ଖୋର୍ଦ୍ଧାରୁ ୨୫୯ ଜଣ, କୋରାପୁଟରୁ ୩ଜଣ, ମାଲକାନଗିରିରୁ ୨ଜଣ, ମୟୁରଭଞ୍ଜରୁ ୩୦ ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୧୧ ଜଣ, ପୁରୀରୁ ୧୪ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୨ ଜଣ, ସୋନପୁରରୁ ୨ଜଣ, ସୁନ୍ଦରଗଡ଼ରୁ ୧୯ ଜଣ ଓ ରାଜ୍ୟ ପୁଲରୁ ୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୦୮,୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୯୩,୨୩୫ ଜଣ ସୁସ୍ଥ ହୋଇଥିବା ବେଳେ ୭,୧୫୯ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୮୧,୩୪,୨୮୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।
