ରାଜ୍ୟରେ ଆଉ ୭୫୪ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ଗୁରୁବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୭୫୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୩୮ ଓ ସ୍ଥାନୀୟ ଅଞ୍ଚଳରୁ ୩୧୬ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୮ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୯ହଜାର ୨୨୩କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୧୬ ଜଣ ଥିବାବେଳେ ବାଲେଶ୍ୱରରୁ ୪୩ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ୭ଜଣ, ବଲାଙ୍ଗୀରରୁ ୪ଜଣ, ବୌଦ୍ଧରୁ ୩ଜଣ, କଟକରୁ ୧୧୦ଜଣ, ଦେଓଗଡ଼ରୁ ୯ଜଣ, ଢେଙ୍କାନାଳରୁ ୯ଜଣ, ଗଞ୍ଜାମରୁ ୪ଜଣ, ଜଗତସିଂହପୁରରୁ ୨୫ଜଣ, ଯାଜପୁରରୁ ୨୮ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୨ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୧୯ଜଣ, କେନ୍ଦୁଝରରୁ ୧୬ଜଣ, ଖୋର୍ଦ୍ଧାରୁ ୨୬୧ଜଣ, କୋରାପୁଟରୁ ୬ଜଣ, ମାଲକାନଗିରିରୁ ୯ଜଣ, ମୟୁରଭଞ୍ଜରୁ ୨୩ଜଣ, ନବରଙ୍ଗପୁରରୁ ୨ଜଣ, ନୟାଗଡ଼ରୁ ୧୩ଜଣ, ନୂଆପଡ଼ାରୁ ୭ଜଣ, ପୁରୀରୁ ୨୮ଜଣ, ରାୟଗଡ଼ାରୁ ୯ଜଣ, ସମ୍ବଲପୁରରୁ ୧୩ଜଣ, ସୁନ୍ଦରଗଡ଼ରୁ ୨୬ଜଣ ଓ ରାଜ୍ୟ ପୁଲରୁ ୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୦୯,୨୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୯୩,୯୦୧ ଜଣ ସୁସ୍ଥ ହୋଇଥିବା ବେଳେ ୭,୨୪୧ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୮୨,୦୦,୯୭୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।
