ରାଜ୍ୟରେ ଆଉ ୮୪୯ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ଶୁକ୍ରବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୯୫ ଓ ସ୍ଥାନୀୟ ଅଞ୍ଚଳରୁ ୩୫୪ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୨୦ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୧୦ହଜାର ୦୭୨କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୨୦ ଜଣ ଥିବାବେଳେ ବାଲେଶ୍ୱରରୁ ୫୧ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୧୧ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୧୧୭ ଜଣ, ଦେବଗଡ଼ରୁ ୮ ଜଣ, ଢେଙ୍କାନାଳରୁ ୨୬ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୧୨ ଜଣ, ଯାଜପୁରରୁ ୩୨ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୪ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୯ ଜଣ, କେଉଁଝରରୁ ୧୨ ଜଣ, ଖୋର୍ଦ୍ଧାରୁ ୩୪୧ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୨୧ ଜଣ, ନବରଙ୍ଗପୁରୁ ୪ ଜଣ, ନୟାଗଡ଼ରୁ ୭ ଜଣ, ପୁରୀରୁ ୩୧ ଜଣ, ରାୟଗଡ଼ାରୁ ୧୨ ଜଣ, ସମ୍ୱଲପୁରରୁ ୧୬ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୧୮ ଜଣ ଓ ରାଜ୍ୟ ପୁଲରୁ ୭୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୧୦,୦୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୯୪,୬୩୯ ଜଣ ସୁସ୍ଥ ହୋଇଥିବା ବେଳେ ୭,୩୪୫ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୮୨,୭୨,୨୨୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।
