ରାଜ୍ୟରେ ଆଉ ୬୪୯ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୦୩ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ରବିବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୬୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୮୧ ଓ ସ୍ଥାନୀୟ ଅଞ୍ଚଳରୁ ୨୬୮ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୩ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୧୬ହଜାର ୩୬୨କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୯ ଜଣ ଥିବାବେଳେ ବାଲେଶ୍ୱରରୁ ୩୭ଜଣ, ବରଗଡ଼ରୁ ୨ଜଣ, ଭଦ୍ରକରୁ ୬ଜଣ, ବଲାଙ୍ଗୀରରୁ ୫ଜଣ, ବୌଦ୍ଧରୁ ଜଣେ, କଟକରୁ ୮୪ଜଣ, ଦେଓଗଡ଼ରୁ ଜଣେ, ଢେଙ୍କାନାଳରୁ ୨ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୫ଜଣ, ଜଗତସିଂହପୁରରୁ ୩୭ଜଣ, ଯାଜପୁରରୁ ୩୦ଜଣ, ଝାରସୁଗୁଡ଼ାରୁ ୬ଜଣ, କଳାହାଣ୍ଡିରୁ ୨ଜଣ, କନ୍ଧମାଳରୁ ୨ଜଣ, କେନ୍ଦ୍ରାପଡ଼ାରୁ ୨୪ଜଣ, କେନ୍ଦୁଝରରୁ ୯ଜଣ, ଖୋର୍ଦ୍ଧାରୁ ୨୩୫ଜଣ, କୋରାପୁଟରୁ ୫ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୩୦ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୬ଜଣ, ନୂଆପଡ଼ାରୁ ୨ଜଣ, ପୁରୀରୁ ୧୭ଜଣ, ରାୟଗଡ଼ାରୁ ୩ଜଣ, ସମ୍ବଲପୁରରୁ ୯ଜଣ, ସୁନ୍ଦରଗଡ଼ରୁ ୨୫ଜଣ ଓ ରାଜ୍ୟ ପୁଲରୁ ୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୧୬, ୩୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦,୦୧,୨୫୪ ଜଣ ସୁସ୍ଥ ହୋଇଥିବା ବେଳେ ୬,୯୫୭ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୮୮,୫୪,୨୯୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।
