ରାଜ୍ୟରେ ଆଉ ୪୭୧ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୫୭ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ସୋମବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୪୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୭୪ ଓ ସ୍ଥାନୀୟ ଅଞ୍ଚଳରୁ ୧୯୭ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୭ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୧୬ହଜାର ୮୩୩କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୪ ଜଣ ଥିବାବେଳେ ବାଲେଶ୍ୱରରୁ ୨୬ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୮୧ ଜଣ, ଦେବଗଡ଼ରୁ୨ ଜଣ, ଢେଙ୍କାନାଳରୁ ୫ ଜଣ, ଜଗତସିଂହପୁରରୁ ୧୬ ଜଣ, ଯାଜପୁରରୁ ୨୨ ଜଣ, ଝାରସୁଗୁଡ଼ାରୁ ୩ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୯ ଜଣ, କେଉଁଝରରୁ ୩ ଜଣ, ଖୋର୍ଦ୍ଧାରୁ ୧୯୬ ଜଣ, ମାଲକାନଗିରିରୁ୨ ଜଣ, ମୟୁରଭଞ୍ଜରୁ ୨୨ ଜଣ, ନୟାଗଡ଼ରୁ ୭ ଜଣ, ପୁରୀରୁ ୧୯ ଜଣ, ସମ୍ୱଲପୁରରୁ ୧ଜଣ, ସୁନ୍ଦରଗଡ଼ରୁ ୧ ଜଣ ଓ ରାଜ୍ୟ ପୁଲରୁ ୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୧୬,୮୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦,୦୨,୧୨୮ ଜଣ ସୁସ୍ଥ ହୋଇଥିବା ବେଳେ ୬,୫୪୮ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୮୯,୦୫,୦୭୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।
