ରାଜ୍ୟରେ ଆଉ ୪୨୮ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୫୫ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ମଙ୍ଗଳବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୪୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୨ ଓ ସ୍ଥାନୀୟ ଅଞ୍ଚଳରୁ ୧୭୬ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୫ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୧୭ହଜାର ୨୬୧କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୫ ଜଣ ଥିବାବେଳେ ବାଲେଶ୍ୱର ୧୮, ବରଗଡ ୩, ଭଦ୍ରକ ୧୦ ଓ କଟକରେ ୪୬ ଜଣ ଚିହ୍ନଟ ହୋଇଛନ୍ତି। ଢେଙ୍କାନାଳ ଜିଲାରେ ୩, ଗଞ୍ଜାମ ୪, ଜଗତସିଂହପୁର ୨୦, ଯାଜପୁର ୨୧, କେନ୍ଦ୍ରାପଡା ୬, କେନ୍ଦୁଝର ୧, ଖୋର୍ଦ୍ଧା ୧୭୯, ମାଲକାନଗିରି ୧, ମୟୁରଭଞ୍ଜ ୧୮, ନୟାଗଡରେ ୮ ଚିହ୍ନଟ ହୋଇଛନ୍ତି। ସେହିଭଳି ନୂଆପଡାରେ ୪, ପୁରୀ ୧୫, ରାୟଗଡାରେ ୪ ଜଣ ଚିହ୍ନଟ ହୋଇଛନ୍ତି। ସମ୍ବଲପୁରରେ ୯, ସୁନ୍ଦରଗଡ ୬ ଓ ରାଜ୍ୟ ପୁଲରୁ ୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୧୭,୨୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦,୦୨,୮୧୦ ଜଣ ସୁସ୍ଥ ହୋଇଥିବା ବେଳେ ୬,୨୯୦ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୮୯,୫୩,୧୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।
