ରାଜ୍ୟରେ ଆଉ ୫୮୦ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୭୭ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ଗୁରୁବାର ୨୨ ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୫୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୩୬ ଓ ସ୍ଥାନୀୟ ଅଞ୍ଚଳରୁ ୨୪୪ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୭ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୧୮ହଜାର ୨୯୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୬ ଜଣ ଥିବାବେଳେ ବାଲେଶ୍ୱରରୁ ୧୭ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୭ ଜଣ, କଟକରୁ ୮୭ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୯ ଜଣ, ଜଗତସିଂହପୁରରୁ ୧୩ ଜଣ, ଯାଜପୁରରୁ ୨୯ ଜଣ, ଝାରସୁଗୁଡ଼ାରୁ ୧୧ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, କେଉଁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୬୧ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୭ ଜଣ, ନୟାଗଡ଼ରୁ ୭ ଜଣ, ପୁରୀରୁ ୧୮ ଜଣ, ରାୟଗଡ଼ାରୁ ୬ ଜଣ, ସମ୍ୱଲପୁରରୁ ୬ ଜଣ,ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ରାଜ୍ୟ ପୁଲରୁ ୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୧୮,୨୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦,୦୪,୧୬୪ ଜଣ ସୁସ୍ଥ ହୋଇଥିବା ବେଳେ ୫,୯୬୩ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୯୦,୬୬,୦୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।
