ରାଜ୍ୟରେ ଆଉ ୬୯୫ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୮୩ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ଶନିବାର ୨୫ ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୬୯୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୦୧ ଓ ସ୍ଥାନୀୟ ଅଞ୍ଚଳରୁ ୨୯୪ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮୩ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୧୯ହଜାର ୬୨୧କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୬ ଜଣ ଥିବାବେଳେ ବାଲେଶ୍ୱରରୁ ୩୦ଜଣ, ଭଦ୍ରକରୁ ୧୩ଜଣ, କଟକରୁ ୯୦ଜଣ, ଦେଓଗଡ଼ରୁ ଜଣେ, ଢେଙ୍କାନାଳରୁ ୪ଜଣ, ଗଜପତିରୁ ୨ଜଣ, ଗଞ୍ଜାମରୁ ୨ଜଣ, ଜଗତସିଂହପୁରରୁ ୨୫ଜଣ, ଯାଜପୁରରୁ ୩୯ଜଣ, ଝାରସୁଗୁଡ଼ାରୁ ୬ଜଣ, କଳାହାଣ୍ଡିରୁ ୨ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୮ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୩୨୩ଜଣ, ମାଲକାନଗିରିରୁ ୪ଜଣ, ମୟୁରଭଞ୍ଜରୁ ୧୮ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୩ଜଣ, ପୁରୀରୁ ୧୮ଜଣ, ରାୟଗଡ଼ାରୁ ୭ଜଣ, ସମ୍ବଲପୁରରୁ ୮ଜଣ, ସୋନପୁରରୁ ୨ଜଣ, ସୁନ୍ଦରଗଡ଼ରୁ ୫ଜଣ ଓ ରାଜ୍ୟ ପୁଲରୁ ୭୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୧୯,୬୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦,୦୫, ୫୬୪ ଜଣ ସୁସ୍ଥ ହୋଇଥିବା ବେଳେ ୫,୮୭୬ ଜଣ ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ରାଜ୍ୟରେ ୧୯୧୯୩୭୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।
