ରାଜ୍ୟରେ ଆଉ ୬୨୩ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୯୫ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ରବିବାର ୨୬ ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୬୨୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୬୨ ଓ ସ୍ଥାନୀୟ ଅଞ୍ଚଳରୁ ୨୬୧ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୫ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୨୦ହଜାର ୨୪୪କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୧୩ ଜଣ ଥିବାବେଳେ ବାଲେଶ୍ୱରରୁ ୨୮ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୧୩ ଜଣ, କଟକରୁ ୭୪ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୭ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୧୨ ଜଣ, ଜଗତସିଂହପୁରରୁ ୨୯ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, କେଉଁଝରରୁ ୩ ଜଣ, ଖୋର୍ଦ୍ଧାରୁ ୨୭୨ ଜଣ, କୋରାପୁଟରୁ ୪ ଜଣ, ମୟୁରଭଞ୍ଜରୁ ୧୮ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୪ ଜଣ, ପୁରୀରୁ ୭ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୧୫ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ରାଜ୍ୟ ପୁଲରୁ ୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୨୦,୨୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦,୦୬,୩୨୦ ଜଣ ସୁସ୍ଥ ହୋଇଥିବା ବେଳେ ୫,୭୩୬ ଜଣ ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ରାଜ୍ୟରେ ୧,୯୨,୫୬,୬୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।
