ରାଜ୍ୟରେ ଆଉ ୪୬୨ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୭୦ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ମଙ୍ଗଳବାର ୨୬ ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୪୬୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୬୮ ଓ ସ୍ଥାନୀୟ ଅଞ୍ଚଳରୁ ୧୯୪ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୦ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୨୧ହଜାର ୨୧୬କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୬ ଜଣ ଥିବାବେଳେ ବାଲେଶ୍ୱରରୁ ୧୧ ଜଣ, ବରଗଡ଼ରୁ ୪ ଜଣ, ଭଦ୍ରକରୁ ୧୬ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୩୦ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୩୧ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, କେଉଁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୦୧ ଜଣ, ମୟୁରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୫ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୧୨ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୬ ଜଣ ଓ ରାଜ୍ୟ ପୁଲରୁ ୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୨୧,୨୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦,୦୭,୬୬୬ ଜଣ ସୁସ୍ଥ ହୋଇଥିବା ବେଳେ ୫,୩୫୧ ଜଣ ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ରାଜ୍ୟରେ ୧,୯୩,୭୬,୩୨୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।
