ରାଜ୍ୟରେ ଆଉ ୫୮୫ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୯୬ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଅଗଷ୍ଟରେ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ରବିବାର ୨୪ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୫୮୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୪୨ ଓ ସ୍ଥାନୀୟ ଅଞ୍ଚଳରୁ ୨୪୩ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୬ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୨୪ହଜାର ୩୨୦କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୧୩ ଜଣ ଥିବାବେଳେ ବାଲେଶ୍ୱରରୁ ୩୮ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୬, କଟକରୁ ୬୭ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୫ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୨୬ ଜଣ, ଯାଜପୁରରୁ ୩୬ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୨ ଜଣ, କେଉଁଝରରୁ ୭ ଜଣ, ଖୋର୍ଦ୍ଧାରୁ ୨୦୬ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୨୫ ଜଣ, ନୟାଗଡ଼ରୁ ୪ ଜଣ, ପୁରୀରୁ ୨୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୯ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ରାଜ୍ୟ ପୁଲରୁ ୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୨୪,୩୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦,୧୦,୧୮୩ ଜଣ ସୁସ୍ଥ ହୋଇଥିବା ବେଳେ ୫,୯୦୯ ଜଣ ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ରାଜ୍ୟରେ ୧,୯୭,୨୬,୫୦୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।
