ରାଜ୍ୟରେ ଆଉ ୫୨୪ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୭୫ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଅଗଷ୍ଟରେ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ଶୁକ୍ରବାର ୨୪ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୫୨୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୦୬ ଓ ସ୍ଥାନୀୟ ଅଞ୍ଚଳରୁ ୨୧୮ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୫ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୩୦ହଜାର ୫୧୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୬ ଜଣ ଥିବାବେଳେ ବାଲେଶ୍ୱରରୁ ୨୦ଜଣ, ଭଦ୍ରକରୁ ୩ଜଣ, ବଲାଙ୍ଗୀରରୁ ଜଣେ, କଟକରୁ ୭୫ଜଣ, ଦେଓଗଡ଼ରୁ ୨ଜଣ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୩ଜଣ, ଜଗତସିଂହପୁରରୁ ୧୫ଜଣ, ଯାଜପୁରରୁ ୧୪ଜଣ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୭ଜଣ, କେନ୍ଦୁଝରରୁ ୩ଜଣ, ଖୋର୍ଦ୍ଧାରୁ ୨୫୦ଜଣ, କୋରପୁଟରୁ ୩ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୨୨ଜଣ, ନୟାଗଡ଼ରୁ ୩ଜଣ, ପୁରୀରୁ ୧୩ଜଣ, ରାୟଗଡା ରୁ ୨ଜଣ, ସମ୍ବଲପୁରରୁ ୮ଜଣ, ସୁନ୍ଦରଗଡ଼ରୁ ୧୧ଜଣ ଓ ରାଜ୍ୟ ପୁଲରୁ ୫୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦ଲକ୍ଷ ୩୦ହଜାର ୫୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦ଲକ୍ଷ ୧୭ହଜାର ୧୧୬ ଜଣ ସୁସ୍ଥ ହୋଇଥିବା ବେଳେ ୫ହଜାର ୧୧୧ ଜଣ ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ରାଜ୍ୟରେ ୨,୦୫,୧୦,୩୫୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।
