ରାଜ୍ୟରେ ଆଉ ୧,୦୪୧ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୨୮ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଅଗଷ୍ଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ମାତ୍ର ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଦୁଇଦିନ ୧ ହଜାର ତଳେ ରହିବା ପରେ ପୁଣି ହଜାରେ ପାର କରିଛି। ଏହାରି ମଧ୍ୟରେ ଗୁରୁବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୧,୦୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୦୫ ଓ ସ୍ଥାନୀୟ ଅଞ୍ଚଳରୁ ୪୩୬ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୨୮ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୯୮ହଜାର ୧୮୭କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୨୯ ଜଣ ଥିବାବେଳେ ବାଲେଶ୍ୱରରୁ ୨୨ ଜଣ, ବରଗଡ଼ରୁ ୭ ଜଣ, ଭଦ୍ରକରୁ ୧୫ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧ ଜିଲ୍ଲାରୁ ୧ ଜଣ, କଟକରୁ ୧୭୬ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୧୫ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୪୩ ଜଣ, ଯାଜପୁରରୁ ୫୬ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୪ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୩୭ ଜଣ, କେଉଁଝରରୁ ୧୨ ଜଣ, ଖୋର୍ଦ୍ଧାରୁ ୩୯୮ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୩୬ ଜଣ, ନୟାଗଡ଼ରୁ ୧୩ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୩୪ ଜଣ, ରାୟଗଡ଼ାରୁ ୫ ଜଣ, ସମ୍ୱଲପୁରରୁ ୯ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୩ ଓ ରାଜ୍ୟ ପୁଲରୁ ୮୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୯୮,୧୮୭ ଜଣ କରୋ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୮୧,୩୧୬ ଜଣ ସୁସ୍ଥ ହୋଇଥିବା ବେଳେ ୯,୬୬୪ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୭୨,୭୪,୫୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।
