ରାଜ୍ୟରେ ଆଉ ୫୨୪ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୮୨ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଉପରତଳ ହେଉଛି ମହାମାରୀ କରୋନା ଗ୍ରାଫ୍ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ଏହାରି ମଧ୍ୟରେ ଗୁରୁବାର ୨୪ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୫୨୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୦୮ ଓ ସ୍ଥାନୀୟ ଅଞ୍ଚଳରୁ ୨୧୬ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮୨ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୩୭ହଜାର ୦୫୬କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୪ ଜଣ ଥିବାବେଳେ ବାଲେଶ୍ୱରରୁ ୧୪ଜଣ, ବରଗଡ଼ରୁ ୨ଜଣ, ଭଦ୍ରକରୁ ୮ଜଣ, ବଲାଙ୍ଗୀରରୁ ଜଣେ, ବୌଦ୍ଧରୁ ୨ଜଣ, କଟକରୁ ୬୬ଜଣ, ଦେଓଗଡ଼ରୁ ୨ଜଣ, ଢେଙ୍କାନାଳରୁ ୪ଜଣ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୧୬ଜଣ, ଯାଜପୁରରୁ ୧୦ଜଣ, ଝାରସୁଗୁଡ଼ାରୁ ଜଣେ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୪ଜଣ, ଖୋର୍ଦ୍ଧାରୁ ୨୫୪ଜଣ, କୋରାପୁଟରୁ ୩ଜଣ, ମୟୁରଭଞ୍ଜରୁ ୨୧ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୫ଜଣ, ପୁରୀରୁ ୧୧ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୨ଜଣ, ସୁନ୍ଦରଗଡ଼ରୁ ୧୯ଜଣ ଓ ରାଜ୍ୟ ପୁଲରୁ ୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦ଲକ୍ଷ ୩୭ହଜାର ୦୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦ଲକ୍ଷ ୨୩ହଜାର ୮୪୯ ଜଣ ସୁସ୍ଥ ହୋଇଥିବା ବେଳେ ୪ହଜାର ୮୫୬ ଜଣ ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ରାଜ୍ୟରେ ୨,୧୩,୧୪,୯୮୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।
