ରାଜ୍ୟରେ ଆଉ ୪୨୫ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୭୧ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଉପରତଳ ହେଉଛି ମହାମାରୀ କରୋନା ଗ୍ରାଫ୍ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ଏହାରି ମଧ୍ୟରେ ସୋମବାର ୨୩ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୪୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୯ ଓ ସ୍ଥାନୀୟ ଅଞ୍ଚଳରୁ ୧୭୬ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୧ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୩୮ହଜାର ୮୩୬କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୨ ଜଣ ଥିବାବେଳେ ବାଲେଶ୍ୱରରୁ ୧୫ଜଣ, ଭଦ୍ରକରୁ ୧୧ଜଣ, କଟକରୁ ୪୦ଜଣ, ଦେଓଗଡ଼ରୁ ୬ଜଣ, ଢେଙ୍କାନାଳରୁ ୩ଜଣ, ଗଜପତିରୁ ୪ଜଣ, ଜଗତସିଂହପୁରରୁ ୧୦ଜଣ, ଯାଜପୁରରୁ ୧୧ଜଣ, ଝାରସୁଗୁଡ଼ାରୁ ୨ଜଣ, କେନ୍ଦ୍ରାପଡ଼ାରୁ ୩ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୨୧୧ଜଣ, କୋରାପୁଟରୁ ଜଣେ, ମୟୁରଭଞ୍ଜରୁ ୨୦ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୬ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୮ଜଣ, ରାୟଗଡ଼ାରୁ ୪ଜଣ, ସମ୍ବଲପୁରରୁ ୧୪ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୩ଜଣ ଓ ରାଜ୍ୟ ପୁଲରୁ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦ଲକ୍ଷ ୩୮ହଜାର ୮୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦ଲକ୍ଷ ୨୫ହଜାର ୯୧୭ ଜଣ ସୁସ୍ଥ ହୋଇଥିବା ବେଳେ ୪ହଜାର ୫୫୪ ଜଣ ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ରାଜ୍ୟରେ ୨,୧୫,୮୫,୧୩୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।
