ରାଜ୍ୟରେ ଆଉ ୫୪୯ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୭୦ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଉପରତଳ ହେଉଛି ମହାମାରୀ କରୋନା ଗ୍ରାଫ୍ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ଏହାରି ମଧ୍ୟରେ ବୁଧବାର ୨୩ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୫୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୧୮ ଓ ସ୍ଥାନୀୟ ଅଞ୍ଚଳରୁ ୨୩୧ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୦ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୩୯ହଜାର ୮୧୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୨ ଜଣ ଥିବାବେଳେ ବାଲେଶ୍ୱରରୁ ୧୨ଜଣ, ବରଗଡ଼ରୁ ୨ଜଣ, ଭଦ୍ରକରୁ ୪ଜଣ, ବଲାଙ୍ଗୀରରୁ ଜଣେ, କଟକରୁ ୫୦ଜଣ, ଦେଓଗଡ଼ରୁ ୮ଜଣ, ଢେଙ୍କାନାଳରୁ ୬ଜଣ, ଜଗତସିଂହପୁରରୁ ୯ଜଣ, ଯାଜପୁରରୁ ୧୩ଜଣ, ଝାରସୁଗୁଡ଼ାରୁ ୨ଜଣ, କଳାହାଣ୍ଡିରୁ ୪ଜଣ, କେନ୍ଦ୍ରାପଡ଼ାରୁ ୭ଜଣ, ଖୋର୍ଦ୍ଧାରୁ ୨୯୬ଜଣ, କୋରାପୁଟରୁ ୩ଜଣ, ମୟୁରଭଞ୍ଜରୁ ୧୩ଜଣ, ନୟାଗଡ଼ରୁ ୧୦ଜଣ, ନୂଆପଡ଼ାରୁ ୬ଜଣ, ପୁରୀରୁ ୯ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୬ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୭ଜଣ ଓ ରାଜ୍ୟ ପୁଲରୁ ୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦ଲକ୍ଷ ୩୯ହଜାର ୮୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦ଲକ୍ଷ ୨୬ହଜାର ୭୭୪ ଜଣ ସୁସ୍ଥ ହୋଇଥିବା ବେଳେ ୪ହଜାର ୬୭୩ ଜଣ ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ରାଜ୍ୟରେ ୨,୧୭,୧୯,୧୫୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।
