ରାଜ୍ୟରେ ଆଉ ୨୦୮ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୨୩ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଉପରତଳ ହେଉଛି ମହାମାରୀ କରୋନା ଗ୍ରାଫ୍ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ସେପ୍ଟେମ୍ବର ପରେ ଅକ୍ଟୋବର, ଆଉ ଏବେ ନଭେମ୍ବର ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ଏହାରି ମଧ୍ୟରେ ଶନିବାର ଗତ ୨୪ ଘଣ୍ଟା ମଧ୍ୟରେ ୨୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୯ ଓ ସ୍ଥାନୀୟ ଅଞ୍ଚଳରୁ ୮୯ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୩ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୪୩ହଜାର ୧୫୧କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲାରୁ ୩ଜଣ ଥିବାବେଳେ ବରଗଡ଼ରୁ ଜଣେ, ଭଦ୍ରକରୁ ଜଣେ, ବୌଦ୍ଧରୁ ଜଣେ, କଟକରୁ ୨୦ଜଣ, ଦେଓଗଡ଼ରୁ ଜଣେ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୨ଜଣ, ଜଗତସିଂହପୁରରୁ ୭ଜଣ, ଯାଜପୁରରୁ ୧୨ଜଣ, ଝାରସୁଗୁଡ଼ାରୁ ୫ଜଣ, କେନ୍ଦ୍ରାପଡ଼ାରୁ ୪ଜଣ, ଖୋର୍ଦ୍ଧାରୁ ୯୯ଜଣ, କୋରାପୁଟରୁ ୨ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୫ଜଣ, ନୟାଗଡ଼ରୁ ଜଣେ, ପୁରୀରୁ ୩ଜଣ, ସମ୍ବଲପୁରରୁ ଜଣେ, ସୁନ୍ଦରଗଡ଼ରୁ ୮ଜଣ ଓ ରାଜ୍ୟ ପୁଲରୁ ୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦ଲକ୍ଷ ୪୩ହଜାର ୧୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦ଲକ୍ଷ ୩୧ହଜାର ୪୨୫ ଜଣ ସୁସ୍ଥ ହୋଇଥିବା ବେଳେ ୩ହଜାର ୩୧୯ ଜଣ ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ରାଜ୍ୟରେ ୨,୨୩,୪୮,୩୮୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।
