ରାଜ୍ୟରେ ଆଉ ୧୭୧ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୩୪ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଉପରତଳ ହେଉଛି ମହାମାରୀ କରୋନା ଗ୍ରାଫ୍ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ଏହାରି ମଧ୍ୟରେ ସୋମବାର ଗତ ୨୪ ଘଣ୍ଟା ମଧ୍ୟରେ ୧୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୮ ଓ ସ୍ଥାନୀୟ ଅଞ୍ଚଳରୁ ୭୩ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୪ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୪୭ହଜାର ୧୭୪କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୭୬ଜଣ ଥିବାବେଳେ ଅନୁଗୋଳରୁ ୧, ବାଲେଶ୍ବରରୁ ୫, ବରଗଡରୁ୧, ବୌଦ୍ଧରୁ ୩, କଟକରୁ ୧୦, ଢେଙ୍ଗାନାଳରୁ ୧, ଗଜପତିରୁ ୨, ଗଞ୍ଜାମରୁ ୭, ଜଗତସିଂହପୁରରୁ ୧, ଯାଜପୁରରୁ୭, ଝାରସୁଗୁଡାରୁ ୨, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଢରରୁ ୧, ମୟୂରଭଞ୍ଜରୁ ୫, ପୁରୀରୁ ୫, ରାୟଗଡାରୁ ୧, ସମ୍ବଲପୁରରୁ ୧୩, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୫ ଏବଂ ରାଜ୍ୟ ପୁଲ୍ରୁ ୧୮ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦ଲକ୍ଷ ୪୭ହଜାର ୧୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦ଲକ୍ଷ ୩୬ହଜାର ୫୦୧ ଜଣ ସୁସ୍ଥ ହୋଇଥିବା ବେଳେ ୨ହଜାର ୨୨୬ ଜଣ ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ରାଜ୍ୟରେ ୨,୩୨,୮୬,୨୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।
