ରାଜ୍ୟରେ ଆଉ ୧୬୯ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୭୨ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୯ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଖୋର୍ଦ୍ଧାରୁ ସର୍ବାଧିକ ୮୮ ଜଣ ଥିବାବେଳେ ବାଲେଶ୍ବରରୁ ୨, ଭଦ୍ରକରୁ ୨, ବଲାଙ୍ଗୀରରୁ ୨, କଟକରୁ ୯, ଦେବଗଡରୁ ୫, ଗଜପତିରୁ ୩, ଗଞ୍ଜାମରୁ ୭, ଯାଜପୁରରୁ ୩, ଝାରସୁଗୁଡାରୁ ୨, କେନ୍ଦ୍ରାପଡାରୁ ୧, ମୟୂରଭଞ୍ଜରୁ ୩, ନୟାଗଡରୁ ୨, ପୁରୀରୁ ୨, ସମ୍ବଲପୁରରୁ ୧୦, ସୁନ୍ଦରଗଡରୁ ୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟ ପୁଲରୁ ୧୯ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦, ୫୨,୬୪୧ରେ ପହଞ୍ଚିଛି । ସେହିପରି ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି ।
