ରାଜ୍ୟରେ ଆଉ ୪୨୪ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ କୋରୋନା ସଂକ୍ରମଣ ପ୍ରତ୍ୟହ ଉପର ତଳ ହେଉଛି । ଏହି ପରିପ୍ରେକ୍ଷୀରେ ସୋମବାର ଗତ ୨୪ ଘଂଟାରେ ଆଉ ୪୨୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରୁ ଶୂନରୁ ୧୮ ବର୍ଷ ମଧ୍ୟରେ ୪୭ ଜଣ ଅଛନ୍ତି । କ୍ୱାରେଣ୍ଟାଇନରୁ ୨୪୬ ଓ ଲୋକାଲ କଂଟାକ୍ଟ ୧୭୮ ରହିଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ୪୨୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୫୯୮୦ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୭୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୭ ଜଣ ରହିଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୨୯ ଜଣ, ଭଦ୍ରକରୁ ୧ ଜଣ, ବରଗଡ଼ରୁ ୫ ଜଣ, ବଲାଙ୍ଗୀରୁ ୬ ଜଣ, କଟକରୁ ୬୬ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୬ ଜଣ, ଗଞ୍ଜାମରୁ ୩ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୮ ଜଣ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୧୪ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୧ ଜଣ, ମାଲକାନଗିରିରୁ ୨ ଜଣ, ମୟୂରଭଞ୍ଜରୁ ୪ ଜଣ, ନବରଙ୍ଗପୁରରୁ ୫ ଜଣ, ନୟାଗଡ଼ରୁ ୫ ଜଣ, ପୁରୀରୁ ୧୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୨୨ ଜଣ, ସୋନପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୨୭ ଜଣ ଓ ଷ୍ଟେଟ ପୁଲରୁ ୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୫୯୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୫୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୫୧୦୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୭୦୧୦୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।
