ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୧୧ କରୋନା ସଂକ୍ରମିତ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୧୬ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଅଗଷ୍ଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ମାତ୍ର ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଦୁଇଦିନ ୧ ହଜାର ତଳେ ରହିବା ପରେ ପୁଣି ହଜାରେ ପାର କରିଛି। ଏହାରି ମଧ୍ୟରେ ଶନିବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୫୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୭୪ ଓ ସ୍ଥାନୀୟ ଅଞ୍ଚଳରୁ ୩୮୦ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୧୬ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୮୪କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୨୩ ଜଣ ଥିବାବେଳେ ବାଲେଶ୍ୱରରୁ ୫୧ ଜଣ, ବରଗଡ଼ରୁ ୭ ଜଣ, ଭଦ୍ରକରୁ ୧୨ ଜଣ, ବଲାଙ୍ଗୀରରୁ ୫ ଜଣ, କଟକରୁ ୮୮ ଜଣ, ଦେବଗଡ଼ରୁ ୧୦ ଜଣ, ଢେଙ୍କାନାଳରୁ ୧୬ ଜଣ, ଗଜପତିରୁ ୬, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୪ ଜଣ, ଯାଜପୁରରୁ ୪୯ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୩୧ ଜଣ, କେଉଁଝରରୁ ୧୦ ଜଣ, ଖୋର୍ଦ୍ଧାରୁ ୩୫୨ ଜଣ, କୋରାପୁଟରୁ ୬ ଜଣ, ମାଲକାନଗିରିରୁ ୭ ଜଣ, ମୟୁରଭଞ୍ଜରୁ ୩୮ ଜଣ, ନୟାଗଡ଼ରୁ ୧୯ ଜଣ, ପୁରୀରୁ ୩୦ ଜଣ, ରାୟଗଡ଼ାରୁ ୮ ଜଣ, ସମ୍ୱଲପୁରରୁ ୧୩ ଜଣ, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୮ ଜଣ ଓ ରାଜ୍ୟ ପୁଲରୁ ୭୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦ଲକ୍ଷ ୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୮୩,୨୪୫ ଜଣ ସୁସ୍ଥ ହୋଇଥିବା ବେଳେ ୯,୪୯୭ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୭୪,୧୫,୮୭୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।
