ରାଜ୍ୟରେ ଆଉ ୮୫୩ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୦୦ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଅଗଷ୍ଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ରବିବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୮୫୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୯୬ ଓ ସ୍ଥାନୀୟ ଅଞ୍ଚଳରୁ ୩୫୭ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୦ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୯୩୭କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୨୯ ଜଣ ଥିବାବେଳେ ବାଲେଶ୍ୱରରୁ ୪୬ ଜଣ, ବରଗଡ଼ରୁ ୧୨ ଜଣ, ଭଦ୍ରକରୁ ୧୮ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୧୪୦ ଜଣ, ଦେବଗଡ଼ରୁ ୧୩ ଜଣ, ଢେଙ୍କାନାଳରୁ ୧୦ ଜଣ, ଗଜପତିରୁ ୧, ଗଞ୍ଜାମରୁ ୧୧ ଜଣ, ଜଗତସିଂହପୁରରୁ ୩୨ ଜଣ, ଯାଜପୁରରୁ ୩୩ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୨୧ ଜଣ, କେଉଁଝରରୁ ୧୬ ଜଣ, ଖୋର୍ଦ୍ଧାରୁ ୨୮୬ ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୨୧ ଜଣ, ନୟାଗଡ଼ରୁ ୨୨ ଜଣ, ପୁରୀରୁ ୩୫ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୧୯ ଜଣ, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୧୨ ଜଣ ଓ ରାଜ୍ୟ ପୁଲରୁ ୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୦୦,୯୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୮୪,୨୨୪ ଜଣ ସୁସ୍ଥ ହୋଇଥିବା ବେଳେ ୯,୩୦୨ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୭୪,୮୩,୭୦୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।
