ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ହ୍ରାସ! ଆଉ ୫୩୪ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ଏବେ ହ୍ରାସ ପାଉଛି । ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ ଅନ୍ୟପଟେ ଦୈନିକ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ଥରେ ସଂକ୍ରମଣ କମିବାରେ ଲାଗିଥିଲା । ଏହି ପରିପ୍ରେକ୍ଷୀରେ ଶନିବାର ଗତ ୨୪ ଘଣ୍ଟାରେ ଆଉ ୫୩୪ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୧୦ ଓ ସ୍ଥାନୀୟ ଅଞ୍ଚଳରୁ ୨୨୪ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୪୭ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୧ ହଜାର ୯୮୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୬୫ ହଜାର ୮୪୩ ରହିଥିବା ବେଳେ ୭ ହଜାର ୯୯ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 18th Feb
— I & PR Department, Odisha (@IPR_Odisha) February 19, 2022
New Positive Cases: 534
Of which 0-18 years: 147
In quarantine: 310
Local contacts: 224
(Details of local contacts will be shared by concerned District)
1. Angul: 11
2. Balasore: 15
3. Bargarh: 8
4. Bhadrak: 6
5. Balangir: 5
6. Boudh: 8
ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୧୯୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୯୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୬୫୮୪୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୭୬୬୦୩୨ସାମ୍ପୁଲ ଟେଷ୍ଟ୍ ହୋଇଛି ।
