ରାଜ୍ୟରେ ଆଉ ୭୬୧ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୦୧ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଅଗଷ୍ଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ସୋମବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୭୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୪୩ ଓ ସ୍ଥାନୀୟ ଅଞ୍ଚଳରୁ ୩୧୮ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୧ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୧ହଜାର ୬୯୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୧୬ ଜଣ ଥିବାବେଳେ ବାଲେଶ୍ୱରରୁ ୫୨ଜଣ, ବରଗଡ଼ରୁ ୧୮ଜଣ, ଭଦ୍ରକରୁ ୮ଜଣ, ବଲାଙ୍ଗୀରରୁ ୨ଜଣ, ବୌଦ୍ଧରୁ ଜଣେ, କଟକରୁ ୧୧୭ଜଣ, ଦେଓଗଡ଼ରୁ ୧୨ଜଣ, ଢେଙ୍କାନାଳର ୧୨ଜଣ, ଗଜପତିରୁ ୨ଜଣ, ଗଞ୍ଜାମରୁ ୩ଜଣ, ଜଗତସିଂହପୁରରୁ ୧୮ଜଣ, ଯାଜପୁରରୁ ୩୫ଜଣ, ଝାରସୁଗୁଡ଼ାରୁ ଜଣେ, କନ୍ଧମାଳରୁ ୩ଜଣ, କେନ୍ଦ୍ରାପଡ଼ାରୁ ୧୫ଜଣ, କେନ୍ଦୁଝରରୁ ୫ଜଣ, ଖୋର୍ଦ୍ଧାରୁ ୨୮୯ଜଣ, ମାଲକାନାଗିରିରୁ ୨ଜଣ, ମୟୁରଭଞ୍ଜରୁ ୨୪ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୧୨ଜଣ, ପୁରୀରୁ ୧୩ଜଣ, ରାୟଗଡ଼ାରୁ ୫ଜଣ, ସମ୍ବଲପୁରରୁ ୨୦ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୦ଜଣ ଓ ରାଜ୍ୟ ପୁଲରୁ ୬୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୦୧,୬୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୮୫,୩୦୨ ଜଣ ସୁସ୍ଥ ହୋଇଥିବା ବେଳେ ୮,୯୧୭ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୭୫,୪୪,୪୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।
