ରାଜ୍ୟରେ ଖସୁଛି ସଂକ୍ରମଣ, ଆଉ ୨୯୩ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣର ତଳମୁହାଁ ଧାରା ଜାରି ରହିଛି । ଫଳରେ ଦୈନିକ ସଂକ୍ରମଣ ମାମଲା ଦ୍ରୁତ ଗତିରେ ହ୍ରାସ ପାଇବାରେ ଲାଗିଛି । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୫ ଶହ ତଳକୁ ଖସି ଆସିଛି । ଏହିକ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୯୩ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୭୧ ଜଣ ଚିହ୍ନଟ ହୋଇଥିବାବେଳେ ୧୨୨ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିଭଳି ଏହି ସଂକ୍ରମିତଙ୍କ ମଧ୍ୟରୁ ୮୬ ଜଣ ହେଉଛନ୍ତି ୧୮ ବର୍ଷରୁ କମ୍ ବୟସର ଶିଶୁ ଓ କିଶୋର । ଏହାକୁ ମିଶାଇ ରାଜ୍ୟର ମୋଟ କୋଭିଡ୍ ମାମଲା ୧୨,୮୪,୬୧୬ କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୧୨,୭୨,୪୨୮ ଜଣ ସୁସ୍ଥ ହୋଇଥିବାବେଳେ ୩୦୭୯ ଜଣ ଚିକିତ୍ସାଧିନ ଅଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍ କରି ଏହି ତଥ୍ୟ ପ୍ରଦାନ କରିଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୩୫ଜଣ, ବାଲେଶ୍ୱରରୁ ୯ଜଣ, ବରଗଡ଼ରୁ ୩ଜଣ, ଭଦ୍ରକରୁ ୪ଜଣ, ବଲାଙ୍ଗୀରରୁ ୩ଜଣ, ବୌଦ୍ଧରୁ ଜଣେ, କଟକରୁ ୩ଜଣ, ଦେଓଗଡ଼ରୁ ୨ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ୨୫ଜଣ, ଗଞ୍ଜାମରୁ ୨୦ଜଣ, ଜଗତସିଂହପୁରରୁ ୩ଜଣ, ଯାଜପୁରରୁ ୧୮ଜଣ, ଝାରସୁଗୁଡ଼ାରୁ ୧୩ଜଣ, କଳାହାଣ୍ଡିରୁ ୨ଜଣ, କେନ୍ଦ୍ରାପଡ଼ାରୁ ୧୧ଜଣ, କେନ୍ଦୁଝରରୁ ୨୦ଜଣ, ଖୋର୍ଦ୍ଧାରୁ ୨୯ଜଣ, କୋରାପୁଟରୁ ଜଣ, ମୟୁରଭଞ୍ଜରୁ ୧୨ଜଣ, ନବରଙ୍ଗପୁରରୁ ୪ଜଣ, ନୟାଗଡ଼ରୁ ୨ଜଣ, ନୂଆପଡ଼ାରୁ ୪ଜଣ, ପୁରୀରୁ ଜଣେ, ରାୟଗଡ଼ାରୁ ୧୪ଜଣ, ସମ୍ବଲପୁରରୁ ୨୫ଜଣ, ସୋନପୁରରୁ ୬ଜଣ, ସୁନ୍ଦରଗଡ଼ରୁ ୧୫ଜଣ ଓ ରାଜ୍ୟ ପୁଲ୍ରୁ ୭ଜଣ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୪୬୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୭୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୨୪୨୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୧୫୫୬୨୮ସାମ୍ପୁଲ ଟେଷ୍ଟ୍ ହୋଇଛି ।
