ରାଜ୍ୟରେ ଆଉ ୩୪୦ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୭୫ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଉପରତଳ ହେଉଛି ମହାମାରୀ କରୋନା ଗ୍ରାଫ୍ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ଏହାରି ମଧ୍ୟରେ ସୋମବାର ୨୧ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୩୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୯ ଓ ସ୍ଥାନୀୟ ଅଞ୍ଚଳରୁ ୧୪୧ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୦ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୩୫ହଜାର ୪୧୭କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୩ ଜଣ ଥିବାବେଳେ ବାଲେଶ୍ୱରରୁ ୧୩ଜଣ, ବରଗଡ଼ରୁ ୬ଜଣ, ଭଦ୍ରକରୁ ୪ଜଣ, ବଲାଙ୍ଗୀରରୁ ଜଣେ, କଟକରୁ ୪୩ଜଣ, ଦେଓଗଡ଼ରୁ ଜଣେ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୪ଜଣ, ଜଗତସିଂହପୁରରୁ ୧୦ଜଣ, ଯାଜପୁରରୁ ୯ଜଣ, କେନ୍ଦ୍ରାପଡ଼ାରୁ ୧୫ଜଣ, ଖୋର୍ଦ୍ଧାରୁ ୧୪୯ଜଣ, କୋରାପୁଟରୁ ୧୪୯ଜଣ, କୋରାପୁଟରୁ ୩ଜଣ, ମୟୁରଭଞ୍ଜରୁ ୧୪ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୨ଜଣ, ପୁରୀରୁ ୭ଜଣ, ରାୟଗଡ଼ାରୁ ୪ଜଣ, ସମ୍ବଲପୁରରୁ ୧୨ଜଣ, ସୁନ୍ଦରଗଡ଼ରୁ ୨ଜଣ ଓ ରାଜ୍ୟ ପୁଲରୁ ୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦ଲକ୍ଷ ୩୫ହଜାର ୪୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦ଲକ୍ଷ ୨୨ହଜାର ୨୫୦ ଜଣ ସୁସ୍ଥ ହୋଇଥିବା ବେଳେ ୪ହଜାର ୮୨୪ ଜଣ ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ରାଜ୍ୟରେ ୨,୧୧,୧୮,୪୫୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।
