ରାଜ୍ୟରେ ଆଉ ୫୦୮ କରୋନା ସଂକ୍ରମିତ ସୁସ୍ଥ
ଭୁବନେଶ୍ୱର : ରାଜ୍ୟରେ ରବିବାର କରୋନା ସଂକ୍ରମଣରୁ ୫୦୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୨ ହଜାର ୨୫୦ରେ ପହଂଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୧ ଜଣ , କଟକ ଜିଲ୍ଲାରୁ ୬୧ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି । ମୟୂରଭଂଜରୁ ୨୯, କେନ୍ଦ୍ରାପଡ଼ାରୁ ୨୬, ବାଲେଶ୍ୱରରୁ ୧୯, ଜଗତସିଂହପୁର, ଯାଜପୁରରୁ ୧୪-୧୪, ପୁରୀରୁ ୧୧, ସମ୍ବଲପୁର, ସୁନ୍ଦରଗଡ଼ରୁ ୧୦-୧୦ ଓ ଭଦ୍ରକ ଓ ଗଂଜାମରୁ ୩ ଜଣ ଲେଖାଏଁ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି । ସେହିପରି କେରାପୁଟ, ମାଲକାନଗିରିରୁ ୨-୨, ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦୁଝର, ନୟାଗଡ଼, ନୂଆପଡ଼ାରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୫୮ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।
