ରାଜ୍ୟରେ ଆଉ ୪୫୧ କରୋନା ସଂକ୍ରମିତ ସୁସ୍ଥ
ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୪୫୧ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନାରୁ ମୋଟ ସୁସ୍ଥଙ୍କ ସଂଖ୍ୟା ୧୦ଲକ୍ଷ ୨୩ହଜାର ୮୪୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୧୬ ସୁସ୍ଥ ହୋଇଥିବା ବେଳେ କଟକରୁ ୩୩, ମୟୂରଭଂଜରୁ ୨୩, ବାଲେଶ୍ୱର, କୋରାପୁଟ ଓ ସମ୍ବଲପୁରରୁ ୧୯ ଜଣ ଲେଖାଏଁ, ଯାଜପୁର ଓ ପୁରୀରୁ ୧୨ ଜଣ ଲେଖାଏଁ, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ରୁ ୧୦ ଜଣ ଲେଖାଏଁ ଓ ନୟାଗଡ଼ରୁ ୬ ଜଣ, ଜଗତସିଂହପୁର ଓ କେନ୍ଦୁଝରରୁ ୪ ଜଣ ଲେଖାଏଁ, ଅନୁଗୁଳ, ଭଦ୍ରକ ଓ ଗଂଜାମରୁ ୩ ଜଣ ଲେଖାଏଁ, ନୂଆପଡ଼ାରୁ ୨, ବରଗଡ଼ ଓ ରାୟଗଡ଼ାରୁ ଜଣେ ଲେଖାଏଁ ଏବଂ ରାଜ୍ୟପୁଲରୁ ୫୧ ଜଣ ରହିଛନ୍ତି।
