ରାଜ୍ୟରେ ଆଉ ୪୨୫ କରୋନା ସଂକ୍ରମିତ ସୁସ୍ଥ
ଭୁବନେଶ୍ୱର : ଆଜି ରାଜ୍ୟରେ ୪୨୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହିତ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୧୦,୩୧,୮୫୦ରେ ପହଂଚିଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି ।
ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୮୪, କଟକ ଜିଲ୍ଲାରୁ ୪୪ଜଣ ସୁସ୍ଥ ହୋଇଛନ୍ତି । ସେହିପରି ମୟୂରଭଞ୍ଜ ଜିଲ୍ଲାରୁ ୨୩, ବାଲେଶ୍ୱରରୁ ୧୨, ଜଗତସିଂହପୁର, ଯାଜପୁର, ରାୟଗଡ଼ାରୁ ୧୧ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ସେହିପରି ବଉଦ, ଢେଙ୍କାନାଳ ଓ ପୁରୀ ଜିଲ୍ଲାରୁ ୧୦ଜଣ ଲେଖାଏଁ, ନୂଆପଡ଼ାରୁ ୮, ଗଜପତି, ନୟାଗଡ଼, ସୁନ୍ଦରଗଡ଼ରୁ ୭ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ସେହିପରି ବରଗଡ଼ରୁ ୫, ଭଦ୍ରକରୁ ୪, ଦେଓଗଡ଼, ଗଞ୍ଜାମ, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାରୁ ୩ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି କେନ୍ଦ୍ରାପଡ଼ା, କେନ୍ଦୁଝରରୁ ୨ଜଣ ଲେଖାଏଁ, ମାଲକାନଗିରି ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ପୁଲ୍ରୁ ୪୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ଡିପାର୍ଟମେଂଟ ପକ୍ଷରୁ ସୂଚନା ମିଳିଛି ।
